Top Stories

Search here...

News

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

Posted On - 2 minutes ago
Edited By Team BbsrReporters
LAST UPDATED Jul 12, 2021 11:27 AM

ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ରଥଯାତ୍ରା ଅବସରରେ  ସମସ୍ତଙ୍କ ଜୀବନ ସୁଖମୟ ହେଉ ବୋଲି ମୁଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

 

BBSR Reporters

 

ଭୁବନେଶ୍ୱର: ପୁରୀରେ ରଥଯାତ୍ରା ଆରମ୍ଭ ହୋଇଛି ତିନି ଠାକୁରଙ୍କ ପହଣ୍ଡି ବିଜେ ଶେଷ ହୋଇଛି । ଆଉ କିଛି ସମୟ ପରେ ରଥଯାତ୍ରା ଆରମ୍ଭ ହେବ । ତେବେ ଏହି ଅବସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । 

 

ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଜନସାଧାରଣ ତଥା ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି । ଆଶା କରୁଛି ଯେ, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତ ଦେଶବାସୀଙ୍କ ଜୀବନ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟରେ ପରିପୂର୍ଣ୍ଣ ରହିବ ।

 

ସେହିପରି ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ରଥଯାତ୍ରା ଅବସରରେ  ସମସ୍ତଙ୍କ ଜୀବନ ସୁଖମୟ ହେଉ ବୋଲି ମୁଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି କହିଛନ୍ତି," ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଂକଟ ଶୀଘ୍ର ଦୂର ହେଉ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।"

Related News
satta king tw