Top Stories

Search here...

News

ଆସନ୍ତାକାଲି ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର

Posted On - 25 minutes ago
Edited By Team BbsrReporters
LAST UPDATED Jan 31, 2022 06:27 PM

ଶ୍ରଦ୍ଧାଳୁମାନେ ସାଥିରେ ଆଧାର/ଭୋଟର କାର୍ଡ ସହ ଡବଲ ଡୋଜ୍‌ ଟିକା ସାର୍ଟିଫିକେଟ ଆଣିବା ଜରୁରି। ନଚେତ ୯୬ ଘଣ୍ଟା ମଧ୍ୟରେ ହୋଇଥିବା ଟେଷ୍ଟ ନେଗେଟିଭ ରିପୋର୍ଟ ଜରୁରୀ। ସବୁ ଶ୍ରଦ୍ଧାଳୁ ମାସ୍କ, ସାନିଟାଇଜର, ସାମାଜିକ ଦୂରତ୍ୱ ମାନିବା ବାଞ୍ଛନୀୟ ବୋଲି ଗାଇଡ୍‌ଲାଇନ୍‌ରେ ଲେଖାଯାଇଛି।

 

BBSR Reporters

 

ପୁରୀ: କାଲି ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର ।  ମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଗାଇଡ୍‌ଲାଇନ୍‌ ଅନୁସାରେ ଦୈନିକ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର। ସାନିଟାଇଜେସନ ପାଇଁ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ଶ୍ରଦ୍ଧାଳୁମାନେ ସାଥିରେ ଆଧାର/ଭୋଟର କାର୍ଡ ସହ ଡବଲ ଡୋଜ୍‌ ଟିକା ସାର୍ଟିଫିକେଟ ଆଣିବା ଜରୁରି। ନଚେତ ୯୬ ଘଣ୍ଟା ମଧ୍ୟରେ ହୋଇଥିବା ଟେଷ୍ଟ ନେଗେଟିଭ ରିପୋର୍ଟ ଜରୁରୀ। ସବୁ ଶ୍ରଦ୍ଧାଳୁ ମାସ୍କ, ସାନିଟାଇଜର, ସାମାଜିକ ଦୂରତ୍ୱ ମାନିବା ବାଞ୍ଛନୀୟ ବୋଲି ଗାଇଡ୍‌ଲାଇନ୍‌ରେ ଲେଖାଯାଇଛି।

 

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାରୁ ଶ୍ରୀମନ୍ଦିରକୁ ବନ୍ଦ କରିଦିଆଯାଇଥିଲା। ସାଧାରଣ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିନଥିଲେ। ଏବେ କୋଭିଡ୍‌ ଆକ୍ରାନ୍ତ କମିବା ପରେ ପୁରୀ ଜିଲ୍ଲା ପ୍ରଶାସନ ଶ୍ରୀମନ୍ଦିର ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ଖୋଲିବା ନେଇ ଗତ ୨୮ ତାରିଖରେ ଘୋଷଣା କରିଥିଲେ ପୁରୀ ଜିଲ୍ଲାପାଳ। ପୂର୍ବପରି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପୁରୀ ସହରବାସୀ ପ୍ରବେଶ କରିବେ। ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ବୋଲି ଜିଲ୍ଲାପାଳ କହିଥିଲେ।

 

Related News
satta king tw