Top Stories

Search here...

News

ଏଥର ଜଲଦି ଆସିବ ମୌସୁମୀ; ମେ’ ୨୭ରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

Posted On - 2 days ago
Edited By Prabir Kumar
LAST UPDATED May 16, 2022 09:52 AM

 ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେକଥା କୁହାଯାଇନି । ହେଲେ ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ । ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।

 

BBSR Reporters

 

ଭୁବନେଶ୍ୱର:  ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ । ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି । ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି ।


 ଅବଶ୍ୟ ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେକଥା କୁହାଯାଇନି । ହେଲେ ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ । ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ କରିଛି ଯେ ଚଳିତ ବର୍ଷ ମେ’ ୨୭ରେ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି । ଏହି ଆକଳନରେ ମଡେଲ ଜନିତ ତ୍ରୁଟି ୪ ଦିନ ଆଗ/ପଛ ହେବାର ସମ୍ଭାବନା ରହିଥିବର କେନ୍ଦ୍ର ପକ୍ଷରୁ କୁହାଯାଇଛି । 


ସାଧାରଣତଃ ମୌସୁମୀ ଜୁନ ୧ରେ କେରଳ ଛୁଇଁଥାଏ । ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ । ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବାର ରହିଛି । ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଏଥର ଏହା ସ୍ୱାଭାବିକ ରହିବ । ଏପ୍ରିଲ ୧୪ରେ ମୌସୁମୀ ସ୍ୱାଭାବିକ ରହିବ ବୋଲି ଭାରତୀୟ ପାଣିପାଗ ପ୍ରେସ ବିଜ୍ଞପ୍ତି ଦ୍ୱାରା ସୂଚନା ଦେଇଥିଲା । ବିଭାଗ ପକ୍ଷରୁ କୁହାଯାଇଥିଲା ଯେ ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବ । ଉତ୍ତର ଭାଗରର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତରପଶ୍ଚିମ ଭାଗର କିଛି ସ୍ଥାନରେ ସ୍ୱାଭାବିକ କିମ୍ବା ତା’ରୁ ଅଧିକ ବର୍ଷା ହୋଇପାରେ ।

 

ତେବେ ଉତ୍ତରପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର ପଶ୍ଚିମର କିଛି ଅଂଶ ଓ ଦକ୍ଷିଣପୂର୍ବ ଭାଗରେ ସ୍ୱାଭାବିକ ଠାକୁ କମ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଲଙ୍ଗ ପିରିୟଡ ଆଭରେଜରେ ୯୯% ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହାର ୫% କମ କିମ୍ବା ୫% ବେଶୀ ହେଲେ ମଧ୍ୟ ଏହାକୁ ସ୍ୱାଭାବିକ ବର୍ଷା ଭାବେ ବିବେଚନା କରାଯିବ ।
 

Related News
satta king tw