Top Stories

Search here...

News

୫ ଦିନ ଯାଏ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି କଲା ଏସଆରସି

Posted On - 2 minutes ago
Edited By Prabir Kumar
LAST UPDATED May 03, 2022 07:50 PM

ଆସନ୍ତାକାଲି ସକାଳ ସାଢେ଼ ୮ଟାରୁ ୫ ତାରିଖ ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରଳ ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି । 

 

BBSR Reporters


ଭୁବନେଶ୍ୱର: ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେଥିପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିଦେ୍ର୍ଧଶ ଦିଆଯାଇଛି ।


ପାଣିପାଗ ବିଭାଗର ସୂଚନା ମୁତାବକ, ଆଜିଠୁ ଆସନ୍ତାକାଲି ଅର୍ଥାତ୍ ମେ ୪ ତାରିଖ  ସକାଳ ସାଢେ଼ ଆଠଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହେବ । ଏ ସବୁ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

 

ସେହିପରି ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ସାଢେ଼ ୮ଟାରୁ ୫ ତାରିଖ ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରଳ ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି । 

 

ସେହିପରି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ୫ ତାରିଖ ସକାଳ ସାଢେ଼ ୮ଟାରୁ ୬ ତାରିଖ ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିବ । 

 

ସେହିପରି ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ । ସେଥିପାଇଁ ଏସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖ ସକାଳ ସାଢେ଼ ୮ଟାରୁ ୭ ତାରିଖ ସକାଳେ ସାଢେ଼ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ରହିବ । ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

ସେହିପରି ୭ ତାରିଖ ସକାଳ ସାଢେ଼ ୮ଟାରୁ ୮ ତାରିଖ ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ବେଗ ୩୦ରୁ ୪୦ କି.ମି ରହିବ । ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନିକ କଳକୁ ପ୍ରସ୍ତୁତ ରଖିବାକୁ ଏସ୍ଆର୍ସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଧଶ ଦିଆଯାଇଛି । ବର୍ଷା ହେଲେ ତତ୍କ୍ଷଣାତ୍ ଏସ୍ଆର୍ସିଙ୍କ କାର୍ଯ୍ୟାଳୟକୁ ଜଣାଇବାକୁ କୁହାଯାଇଛି । ସେହିଭଳି ଝଡ଼ବର୍ଷା ଓ ବଜ୍ରପାତ ଯୋଗୁ କୌଣସି ପ୍ରକାର କ୍ଷୟକ୍ଷତି ହେଲେ, ସେ ସଂପର୍କରେ ମଧ୍ୟ ଜଣାଇବାକୁ କୁହାଯାଇଛି ।

 

ସମ୍ଭାବ୍ୟ ବାତ୍ୟା ଭୟରେ  କଣାସ ଅଂଚଳରେ  ଅଧା ପାଚିଲା ଧାନକୁ  ଅମଳ କରୁଛନ୍ତି ଚାଷୀ ।  କଣାସର ବିଭିନ୍ନ ଗାଁରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ବାତ୍ୟା ଆସିଲେ ସଂପୂର୍ଣ୍ଣ ଚାଷ ନଷ୍ଟ ହୋଇଯିବ  ଆଉ ଯାହା ରହିବ ତାହା ଅମଳ କରିବା ସମ୍ଭବ ନୁହେଁ ବୋଲି  ଭାବି ତରବରିଆ ଭାବେ ମେସିନ ସହାୟତାରେ  ଅଧା ପାଚିଲା  ଧାନ ଅମଳ କରିଚାଲିଛି ସ୍ଥାନୀୟ ଚାଷୀ ।  ବାତ୍ୟା ହେଲେ କଣ କରିବେ ଚାଷୀ ତାକୁ ନେଇ ଚିନ୍ତାରେ ପଡିଛି ।  ପୂର୍ବ  ବାତ୍ୟାର  ତାଣ୍ଡବକୁ  ଏଯାଏଁ ଚାଷୀ  ଭୁଲିପାରିନାହାନ୍ତି ।  ଅନେକ ଚାଷୀ ଆର୍ଥିକ ମେରୁଦଣ୍ଡ ଏ ଯାଏଁ ସଳଖି ପାରିନାହାନ୍ତି ।  ଏବେ ନୂଆ ଧାନ ପାଇଁ ଚାଷୀ ଅଂଟା ଭିଡିଥିବାବେଳେ ସମ୍ଭାବ୍ୟ ବାତ୍ୟାକୁ ନେଇ  ଭୟଭୀୟ ହୋଇପଡିଛି ଚାଷୀ । ଆଉ ଅଧା ପାଚିଲା ଧାନକୁ କରୁଛି ଅମଳ ।

Related News
satta king tw