Top Stories

Search here...

News

ମଧୁସୁଦନଙ୍କ ଜୟନ୍ତୀରେ ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ

Posted On - 2 minutes ago
Edited By Jyotirmayee Patanaik
LAST UPDATED Apr 28, 2022 07:37 PM

ମଧୁବାବୁଙ୍କ ଜୀବନୀ ଓଡ଼ିଆ ସ୍ୱାଭିମାନର ଗୌରବମୟ ଗାଥା  । ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର : ମୁଖ୍ୟମନ୍ତ୍ରୀ

 

BBSR Reporters

 

ଭୁବନେଶ୍ୱର: ଉତ୍କଳ  ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ 'ଉକôଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର'  ଲୋକାର୍ପିତ କରିଛନ୍ତି  । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମଧୁ ବାବୁ ଥିଲେ ଓଡ଼ିଆ ସ୍ୱାଭିମାନର ପ୍ରତୀକ । ତାଙ୍କ ଜୀବନୀ ହେଉଛି ଓଡ଼ିଆ ସ୍ୱାଭିମାନର ଗୌରବମୟ ଗାଥା ।ଭିଡିଓ କନ୍ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉକôଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଲେ ଯେ ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର  । ଏହି ସଂଗ୍ରହାଳୟରେ ସମସ୍ତଙ୍କୁ ବିଶେଷ କରି ଯୁବ ପିଢିଙ୍କୁ ଓଡିଆ ସ୍ୱାଭିମାନର ସୁରକ୍ଷା ପାଇଁ ପ୍ରେରଣା ଦେଇ ଚାଲିବ ବୋଲି ସେ କହିଥିଲେ  ।

 

 ସତ୍ୟଭାମାପୁରକୁ ଏକ ଆଦର୍ଶ ଗ୍ରାମ ରୂପେ ବିକାଶ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଗ୍ରାମକୁ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନସ୍ଥଳ ଭାବରେ ପରିଣତ କରିବା ପାଇଁ ସରକାରଙ୍କ ପଦକ୍ଷେପ ଜାରି ରହିବ ।   ମଧୁବାବୁଙ୍କ ଆଦର୍ଶରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ କରିବାପାଇଁ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇ କହିଲେ ଯେ ମଧୁବାବୁଙ୍କ ଜାତି ପ୍ରୀତି ଓ ତ୍ୟାଗର ତୁଳନା ନାହିଁ  । ଓଡ଼ିଆ ଜାତି ପାଇଁ ମଧୁବାବୁ ତାଙ୍କର ସବୁ କିଛି ତ୍ୟାଗ କରିଯାଇଛନ୍ତି । ତାଙ୍କ ପାଇଁ ଓଡ଼ିଆ ସ୍ୱାଭିମାନ ଥିଲା ସବୁଠୁ ଉପରେ । ତା ସହ ସେ କେବେବି ସାଲିସ କରିନାହାନ୍ତି । ଏ ଜାତି ପାଇଁ ତାଙ୍କର ଅବଦାନ ତାଙ୍କୁ ଓଡ଼ିଆ ଙ୍କ ହୃଦୟରେ ଯୁଗ ଯୁଗ ପାଇଁ ଅମର କରି ରଖିବ ।

 


ଓଡିଶାକୁ ମଧୁବାବୁଙ୍କ ଅବଦାନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଭାଷାକୁ ଭିତ୍ତିକରି ରାଜ୍ୟ ଗଠନ ପାଇଁ ମଧୁ ବାବୁଙ୍କ ଉଦ୍ୟମ, ତାଙ୍କର ଦୂର ଦୃଷ୍ଟିର ପରିଚୟ ଦିଏ । ସ୍ୱାଧୀନତା ପରେ ଭାଷା ସୂତ୍ରରେ ହିଁ ଭାରତର ଅନେକ ରାଜ୍ୟ ଗଠିତ ହୋଇଛି  । କିନ୍ତୁ ସେତେବେଳେ ଓଡିଶା ଥିଲା ଭାଷା ଭିତିରେ ଭାରତର ପ୍ରଥମ ରାଜ୍ୟ  ।
    
 

କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଲେ ଯେ ମଧୁ ବାବୁ ଥିଲେ ଓଡ଼ିଆ ଜାତିର ମୂଖ୍ୟ ପୁରୋଧା । ତାଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଆଜି ମଧୁ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି  । ଆଜି ସାରା ବିଶ୍ୱରେ ଥିବା ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଥିଲେ ।

  

 ସାଲେପୁର ବିଧାୟକ ଶ୍ରୀ ପ୍ରଶାନ୍ତ ବେହେରା କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସତ୍ୟଭାମାପୂର ଗାଁ ର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । ସତ୍ୟଭାମାପୂର ର ଉନ୍ନତି ପାଇଁ ନିଆ ଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । ଜିଲ୍ଲାପାଳ ଶ୍ରୀ ଭବାନୀ ଚରଣ ଚଇନି ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସତ୍ୟଭାମାପୁର ମଧୁସୂଦନ ସାଂସ୍କୃତିକ ସଂଘର ସଭାପତି ଶ୍ରୀ ପ୍ରଶାନ୍ତ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

 

ଲୋକ ସେବା ଭବନ ରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ । ଏହି ଅବସରରେ ଉକôଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା ।ଏହି ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡ଼ି ଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢ଼ିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି । 
 

Related News
satta king tw